କାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ତେବେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଯାଉଛନ୍ତି । ସେଥିରୁ ରେଗୁଲାର ଛାତ୍ରଛାତ୍ରୀଙ୍କ ସଂଖ୍ୟା ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀବିକା ସଂଖ୍ୟା ୨୬ ହଜାର ୫୨ ଜଣ ରହିଛି। ତେବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ସୂଚନା ଅନୁସାରେ , ଆସନ୍ତା କାଲିଠାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ ମୋଟ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଯାଉଛନ୍ତି । ସେଥିରେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ ଥିବା ବେଳେ ଛାତ୍ରୀଙ୍କ ସଂଖ୍ୟା ୧ ଲକ୍ଷ ୯୯ ହଜାର ୩୬୧ ରହିଛି। କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି । ତେବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ପରୀକ୍ଷା ସମୟରେ କିମ୍ବା ପୂର୍ବରୁ ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନ ପତ୍ରକୁ ବିଶ୍ୱାସ ନ କରିବାକୁ ପିଲାଙ୍କୁ ପରାମର୍ଶ ଦିଆଯାଇଛି। ଏହାସହିତ ସମସ୍ତ ପରୀକ୍ଷା ହଲରେ ସିସିଟିଭିର ବ୍ୟବସ୍ଥା ମଧ୍ୟ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button